Uncategorized

ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ 

ଭୁବନେଶ୍ୱର, ୨/୪ (ଉତ୍କଳ ସମାଚାର): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ଓଡ଼ିଶା ଭକ୍ତି ସଙ୍ଗୀତର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି । ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କର ଗୀତରେ ଆଧ୍ୟାତ୍ମିକତାର ଆବେଗ ଓ ସମର୍ପଣ ଭାବନା ଥିଲା । ସଙ୍ଗୀତ ମାଧ୍ୟମରେ ସେ ଓଡ଼ିଶାର ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡିଥିଲେ । ତାଙ୍କର ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି । ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *