ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ
ଭୁବନେଶ୍ୱର,୧୭/୯(ଉତ୍କଳ ସମାଚାର): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ୍ କରିଛନ୍ତି; “ଚା’ ପିଇବା ସହ ଆନନ୍ଦଦାୟକ ବାର୍ତ୍ତାଳାପ ! ପିଏମ ଆବାସ ଯୋଜନାର ହିତାଧିକାରୀଙ୍କ ସହ ବସି ସେମାନଙ୍କ ଜୀବନ ଯାତ୍ରା ବିଷୟରେ ଶୁଣିଲି । ବିଶେଷ କରି ବହୁ ସଂଖ୍ୟକ ମହିଳା ଏହି ଯୋଜନାରେ ଉପକୃତ ହେଉଥିବା ଦେଖି ଖୁସି ଲାଗୁଛି। ଏହି ଯୋଜନା ଏବଂ ଏଭଳି ଅନ୍ୟ ଯୋଜନା କିପରି ଜୀବନରେ ପରିବର୍ତ୍ତନ ଆଣିଛି ସେ ବିଷୟରେ ସେମାନେ କହିଥିଲେ ।”