ସୁନ୍ଦରଗଡ଼, ୨୬/୧୦/୨୬:(ଉତ୍କଳ ସମାଚାର)ହେମଗିରି ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରସାଶନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଆମ୍ରିତପାଲ କୌର ଏବଂ ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।ଆଜି ମୋଟ ୫୩ ଗୋଟି ଅଭିଯୋଗ ଆସିଥିଲା ।ସେଥି ମଧ୍ୟରୁ ୨୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୭ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ଗୋଟିଏ ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ତେଜସ୍ଵିନୀ ବେହେରା ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

