ସମ୍ବଲପୁର,୩୧/୧୦(ଉତ୍କଳ ସମାଚାର),(ସରୋଜ ସାହୁ):ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ କିସିଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଭା ଆୟୋଜିତ ହୋଇଥିଲା।ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ କୌଶିକ କୁମାର ପ୍ରଧାନ ସଭାର ସଂଯୋଜନା କରିଥିଲେ। କିସିଣ୍ଡା ଥାନାଧିକାରୀ ରାଜେନ୍ଦ୍ର ବେହେରା ମୁଖ୍ୟ ଅତିଥି ଓ ସବ୍-ଇନ୍ସପେକ୍ଟର ଗୋଲକ ବିହାରୀ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ ଅବସରରେ ରାଷ୍ଟ୍ରୀୟ ଏକତାର ଗୁରୁତ୍ୱ ଉପରେ ଅଭିଭାଷଣ ଦେଇଥିଲେ।ବିଦ୍ୟାଳୟର ଅଧ୍ୟକ୍ଷା ସୁଶ୍ରିତା ଭୋଇ ସଭାପତିତ୍ୱ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଂକ୍ଷିପ୍ତ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ସମସ୍ତ କର୍ମଚାରୀଙ୍କ ସହଯୋଗରେ ଆୟୋଜିତ ସଭା ଅଧ୍ୟକ୍ଷାଙ୍କ ଧନ୍ୟବାଦ ଜ୍ଞାପନ ସହ ସମାପ୍ତ ହୋଇଥିଲା

