ସମ୍ବଲପୁର,୦୫/୧୧(ଉତ୍କଳ ସମାଚାର),(ସରୋଜ ସାହୁ): ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡର ସଭାପତି ସଞ୍ଜୟ ବାବୁଙ୍କ ପିତା ନର୍ସିଙ୍ଗ ଚରଣ ବାବୁଙ୍କ ୮୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି।ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ନିଜର ଗଭୀର ସମବେଦନା ଜଣାଇଛନ୍ତି। ସେହିପରି ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ହୀରାଲାଲ ବେହେରା ମଧ୍ୟ ନର୍ସିଙ୍ଗ ଚରଣ ବାବୁଙ୍କ ବିୟୋଗରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି
