ପାଟଣା,୧୪/୧(ଉତ୍କଳ ସମାଚାର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି । କେନ୍ଦୁଝରଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି । ବୁଡ଼ ପକାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ପରମେଶ୍ୱର ମନ୍ଦିର ଓ ଆନନ୍ଦେଶ୍ୱେର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ପ୍ରଭୁଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ସେ । ସୂଚନାଯୋଗ୍ୟ, ଗତବର୍ଷ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଦୁଇଜଣ ବନ୍ଧୁ ମଧ୍ୟ ବୈତରଣୀରେ ବୁଡ଼ ପକାଇଥିଲେ । ପୂର୍ବରୁ ମଧ୍ୟ ୨୦୨୨ରେ ବିଧାୟକ ଥିବା ବେଳେ ପାଟଣାରେ ଥିବା ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଥିଲେ ସେ ।

