ରାଇଘର. ନରସିଂବାଘ. (ଉତ୍କଳ ସମାଚାର):୨୦/୦୧:ରାଇଘର ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ରାଷ୍ଟ୍ରଗୀତ ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକ ଉତ୍ସବ ଆନନ୍ଦମୟ ପରିବେଶରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝଙ୍କାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରତିନିଧି ଶିବନାଥ ବାନର୍ଜି ଯୋଗ ଦେଇ ରାଷ୍ଟ୍ରପ୍ରେମ ଓ ଦେଶଭକ୍ତିର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ରିତୁ ସିଂ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟକୁମାର ସେଠି ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ଥିଲେ।ଏହି ଅବସରରେ ରାଇଘର ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ହସ୍ତେ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମଟି ଦେଶଭକ୍ତିମୟ ପରିବେଶରେ ସଫଳତାର ସହ ସମାପ୍ତ ହୋଇଥିଲା।
