ସୁନ୍ଦରଗଡ଼,20//1,(ଉତ୍କଳ ସମାଚାର): ହେମଗିର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ କୁମାର ପଟ୍ଟନାୟକ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୫୫ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୦ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୪ ଗୋଟି ଅଭିଯୋଗ ଗୁଡ଼ିକର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଆଜିର ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଏସ ଡି ପି ଓ ଶ୍ରୀ ନିର୍ମଳ କୁମାର ମହାପାତ୍ର ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

