ସୁନ୍ଦରଗଡ଼,27//1,(ଉତ୍କଳ ସମାଚାର): ସୁନ୍ଦରଗଡ଼ ସଦର ମହକୁମାଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ଏବଂ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଡ଼ା ମହାପାତ୍ର ସମସ୍ତ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ସମ୍ବିଧାନ ସଭାର ଅଧ୍ୟକ୍ଷ ଏବଂ ସମସ୍ତ ସଦସ୍ୟଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ସେହିଭଳି ନିଜ ଅଭିଭାଷଣରେ ପ୍ରକାଶ କରିଥିଲେ “ସମ୍ବିଧାନରେ ଭାରତକୁ ଏକ ଗଣତାନ୍ତ୍ରିକ , ଧର୍ମନିରପେକ୍ଷ, ସମାଜବାଦୀ, ସାଧାରଣତନ୍ତ୍ର ରାଷ୍ଟ୍ର ଭାବେ ଗ୍ରହଣ କରିବା ସହିତ ପ୍ରତ୍ୟେକ ନାଗରିକଙ୍କୁ ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ସମାନ ସୁବିଧା ସୁଯୋଗ ଯୋଗାଇ ଦେବାର ବ୍ୟବସ୍ଥା ରହିଛି”। ସରକାରଙ୍କ ସମସ୍ତ ଯୋଜନା ଗୁଡ଼ିକ କିଭଳି ସୁଦୂର ପ୍ରସାରିତ ହେବ ଏବଂ ହିତାଧିକାରୀ ମାନେ ଯେଭଳି ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକରେ ଅନ୍ତର୍ଭୁକ୍ତ ହୋଇ ପାରିବେ ତାହା ଉପରେ ନିଜ ଅଭିଭାଷଣ ମାଧ୍ୟମରେ ପ୍ରକାଶ କରିଥିଲେ। ସେହିଭଳି ସୁନ୍ଦରଗଡ଼ ଜିଲ୍ଲାର କଳା , ସଂସ୍କୃତି ଓ ପରମ୍ପରା ଉପରେ ମଧ୍ୟ ନିଜର ଅଭିଭାଷଣ ରଖିବା ସହିତ ସୁନ୍ଦରଗଡ଼ ଜିଲ୍ଳାକୁ ଆହୁରି ସରସ ସୁନ୍ଦର ଓ ସମୃଦ୍ଧ କରିବା ଦିଗରେ ଆଗଭର ହେବାକୁ ନିଜ ବକ୍ତବ୍ୟ ମାଧ୍ୟମରେ କହିଥିଲେ। ଏହି ଜିଲ୍ଲା ସ୍ତରୀୟ ପ୍ୟାରେଡ ରେ ବିଭିନ୍ନ ଶିକ୍ଷାନୁଷ୍ଠାନ ରୁ ୩୩ ଗୋଟି ପ୍ୟାରେଡ ଦଳ ଭାଗ ନେଇଥିଲେ ଏବଂ ଶ୍ରେଷ୍ଟ ବିବେଚିତ ପ୍ୟାରେଡ ଦଳଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ରେ କୃତି ପ୍ରତିଯୋଗୀ ମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସେହିଭଳି ସାର୍ଥକ ସ୍କୁଲ, ଆସ୍ଥା ଗୃହ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା କାରାଗାରର ଅନ୍ତେବାସୀ ମାନଙ୍କୁ ମୁଖ୍ୟ ଅତିଥି ଫଳ ଓ ମିଷ୍ଟାନ୍ନ ବଣ୍ଟନ କରିଥିଲେ। ପରେ ରେ ସ୍ଥାନୀୟ ଜିଲ୍ଲା କ୍ରୀଡ଼ା ସଂସଦ ପଡ଼ିଆଠାରେ ଜିଲ୍ଲା ପ୍ରଶାସନ, ଗଣମାଧ୍ୟମ ଓ ବାର ଆସୋସଏସନ ମଧ୍ୟରେ ଏକ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମ୍ରିତ ପାଲ କୌର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଞ୍ଜନ ସାହୁ, ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ଅମିତ୍ କୁମାର ଟୁଡୁ, ଆଇ ଟି ଡି ଓ ସୁନ୍ଦରଗଡ଼ ଶ୍ରୀ ଧୀରେନ୍ଦ୍ର ସେଠୀ, ସଦର ତହସିଲଦାର ଶ୍ରୀ କୁଳମଣି ରଣବିଡ଼ା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଉପସ୍ଥିତ ଥିଲେ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଆଜି ସକାଳେ ଜିଲ୍ଲା ଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ୍ ପରିବେଷଣ କରାଯାଇଥିଲା ଏବଂ ସହର ମଧ୍ୟରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।

