ରାଉରକେଲା,28//1,(ଉତ୍କଳ ସମାଚାର) : ନୂଆଗାଁ ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷ ରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୧୧୩ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୨୬ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୮୬ ଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୩ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା।ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଥିିକ ସହାୟତା ପାଇଁ ଜଣେ ବ୍ୟକ୍ତି ଆବେଦନ କରିଥିଲେ l ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା। ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ବିଜୟ ନାୟକ, ପିଏଆଇଟିଡିଏ ପାନପୋଷ ବିକ୍ରାଣୀ କିସପଟ୍ଟା, ନୂଆଁ ଗାଁ ଗୋଷ୍ଠି ଉନ୍ନୟନ ଅଧିକାରୀ ଜ୍ୟୋତିବିକାଶ ଦାଶ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

