ନବରଙ୍ଗପୁର:10//2: (ଉତ୍କଳ ସମାଚାର)ଆଜି ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ ରିତୁ ସିଂଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୧୮ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।୮ଜଣ ବିଭିନ୍ନ କାରଣରୁ ଅଙ୍ଗହୀନ ହୋଇଥିବା ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ କରାଯାଇଥିଲା।ସେଭଳି ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୧୩ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା।

