ସମ୍ବଲପୁର,୧୬/୦୨(ଉତ୍କଳ ସମାଚାର),(ସରୋଜ ସାହୁ):ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀ ଗୁରୁତର ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଚିକିତ୍ସା ପାଇଁ ଏକ ଘରୋଉ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି ଏବଂ ସେ ଏବେ ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ୱାବଧାନରେ ରହିଛନ୍ତି।
ସେବା ଓ ରାଜନୀତିର ପରିଚୟ:
ଡା. ରାସେଶ୍ୱରୀ ପାଣିଗ୍ରାହୀ ପଶ୍ଚିମ ଓଡ଼ିଶାର ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ। ଜଣେ ଦକ୍ଷ ସ୍ତ୍ରୀ ରୋଗ ବିଶେଷଜ୍ଞ ଭାବେ ବୁର୍ଲା ଭିମସାର ଏବଂ ସମ୍ବଲପୁରରେ ସେ ଦଶନ୍ଧି ଦଶନ୍ଧି ଧରି ଲୋକଙ୍କ ସେବା କରିଆସିଛନ୍ତି। ୨୦୧୪ ମସିହାରେ ସେ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ନିକଟରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ରାଜନୀତିରୁ କିଛିଟା ଦୂରରେ ରହି ସାମାଜିକ କାର୍ଯ୍ୟରେ ନିୟୋଜିତ ଥିଲେ। ତାଙ୍କ ଅସୁସ୍ଥତା ଖବର ପ୍ରସାରିତ ହେବା ପରେ ସମ୍ବଲପୁର ତଥା ଆଖପାଖ ଅଞ୍ଚଳର ଶୁଭେଚ୍ଛୁ ଏବଂ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

