ରାଉରକେଲା:18//2,(ଉତ୍କଳ ସମାଚାର)ମହାଶିବରାତ୍ରି ଉପଲକ୍ଷେ ରାଉରକେଲାର ପବିତ୍ର ବେଦବ୍ୟାସ ପୀଠରେ ଆରମ୍ଭ ହୋଇଥିବା ତ୍ରୀ – ଦିବସୀୟ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ଆଜି ସଂଧ୍ଯାରେ ସପନ୍ନ ହୋଇଯାଇଛି। ଆଜିର ସମାପନ ସମାରୋହରେ ଲାଠିକଟା ତହସିଲଦାର ମୁରଲିଧର ଉର୍ମାଲ ମୁଖ୍ଯ ଅତିଥି ଭାବରେ ଏବଂ ଜିଲ୍ଲା କୃଷି ଅଧିକାରୀ ଜି.ଜୟନ ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିଥିଲେ l ଏହି ପ୍ରଦର୍ଶନୀରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମୁଖ୍ୟ ଅତିଥି କୃଷି ଜିଲ୍ଲା ଅଧିକାରୀ କାର୍ଯ୍ୟାଳୟ ପାନପୋଷକୁ ପ୍ରଥମ ପୁରସ୍କାର ପ୍ରଦାନ କରିଥିଲେ। ସେହିପରି ଜିଲ୍ଲା ହସ୍ତଶିଳ୍ପ ବିଭାଗକୁ ଦ୍ବିତୀୟ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟକୁ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଛି l ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ବାରା ଆୟୋଜିତ ଏହି ପ୍ରଦର୍ଶନୀରେ ଜିଲ୍ଲାର ବିଭିନ୍ନ ବିଭାଗ ଦ୍ଵାରା ଜିଲ୍ଲା କୃଷି ବିଭାଗ ଠାରୁ ଆରମ୍ଭ କରି ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ, ହସ୍ତଶିଳ୍ପ ବିଭାଗ, ପାନପୋଷ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ପ୍ରଦର୍ଶନୀ ଷ୍ଟଲ୍ କରାଯାଇ ଲୋକମାନଙ୍କୁ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଯାଇଥିଲା। ଏତଦ୍ ବ୍ୟତୀତ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଜିଲ୍ଲା ଶ୍ରମ ବିଭାଗ ସହିତ ଆଞ୍ଚଳିକ ପୁନର୍ବାସ ଓ ଗବେଷଣା କେନ୍ଦ୍ର ତରଫରୁ ଦିଆଯାଉଥିବା ବିଭିନ୍ନ ସହାୟକ ଉପକରଣ ଓ ସମନ୍ଵିତ ଭୌତିକ ଚିକିତ୍ସା କେନ୍ଦ୍ର ବିଷୟରେ ଲୋକଙ୍କୁ ସଚେତନ କରାଇବା ନିମନ୍ତେ ୧୮ଟି ଷ୍ଟଲ୍ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ରାଉରକେଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୀମା ଫାତିମା ଏକ୍କା କାର୍ଯ୍ୟକ୍ରମର ପରିଚାଳନା କରିଥିଲେ l

