ରାଉରକେଲା:24//2,(ଉତ୍କଳ ସମାଚାର) କୁଆରମୁଣ୍ଡା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଏବଂ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୭୪ଟି ଅଭିଯୋଗର ଶୁଣାଣୀ ହୋଇଥିଲା ବେଳେ ସେଥିମଧ୍ୟରୁ ୧୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୪ଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୭ଟି ଅଭିଯୋଗର ତତକ୍ଷଣାତ ସମାଧାନ କରାଯାଇଥିଲା। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣେ ବ୍ୟକ୍ତିକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା l ଆଜି ଆସିଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ବ୍ରିଜ ନିର୍ମାଣ, ଆବାସ ସମସ୍ୟା, ରାସନ୍ ସମସ୍ୟା, ପାନୀୟ ଜଳ ସମସ୍ୟା ଇତ୍ୟାଦି ରହିଥିଲା। ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ଡିଏଫଓ ଯଶୋବନ୍ତ ସେଠୀ , ପାନପୋଷ ଉପଜିଲ୍ଲାପାଳ ବିଜୟ କୁମାର ନାୟକ, ଆଇଏଏସ୍ ଶିକ୍ଷାନବୀସ ସୁଶ୍ରୀ ଫାବି ରସିଦଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

