ନବରଙ୍ଗପୁର ତା ୨.୩.୨୦୨୬: (ଉତ୍କଳ ସମାଚାର)ଆଜି ନବରଙ୍ଗପୁର ପୌର ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୫୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୪ ଟି ଅଭିଯୋଗ ର ସମାଧାନ ତଦ କ୍ଷଣାତ କରାଯାଇଥିଲା।

