ସୁନ୍ଦରଗଡ଼ ୩//୩,(ଉତ୍କଳ ସମାଚାର) ଲେଫ୍ରିପଡା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ାକ୍ତର ଶୁଭଙ୍କର ମହାପାତ୍ରଙ୍କ ସମେତ ସୁନ୍ଦରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ୍ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ଶୁଣାଣି କରିଥିଲେ।ଆଜି ମୋଟ ୭୬ ଗୋଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୨୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୫୧ଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗଗୁଡ଼ିକ ମଧ୍ୟରୁ ଦୁଇଟି ଅଭିଯୋଗର ତତକ୍ଷଣାତ୍ ସମାଧାନ କରାଯାଇଥିଲା।
ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ସୂରଜ କୁମାର ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

