ସୁନ୍ଦରଗଡ଼,31//3,(ଉତ୍କଳ ସମାଚାର): ବାଲିଶଙ୍କରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୬୭ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୩ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା। ଆଜିର ଏହି ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

