ରାଉରକେଲା ୧୪/୪,(ଉତ୍କଳ ସମାଚାର) ଆଜି ବିଶ୍ରା ବ୍ଲକର ସମ୍ମିଳନୀ କକ୍ଷରେ ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଓ ରାଉରକେଲା ଆରକ୍ଷୀ ଅଧିକ୍ଷକ ନିତେଶ ଓ୍ବାଧଓ୍ବାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୨୬ଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୧୦ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୧୪ଟି ସାମୁହିକ ଅଭିଯୋଗ ରହିଥିଲା। ଏଥିମଧ୍ୟରୁ ୩ଟି ଅଭିଯୋଗର ତତ୍କ୍ଷଣାତ୍ ସମାଧାନ କରାଯାଇଥିଲା। ଏଥିସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ଜଣ ବ୍ୟକ୍ତିଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆସିଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତାଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ବ୍ରିଜ ନିର୍ମାଣ, ଆବାସ ସମସ୍ୟା, ରାସନ୍ ସମସ୍ୟା, ପାନୀୟ ଜଳ ସମସ୍ୟା ପ୍ରମୁଖ ରହିଥିଲା। ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ଉପଜିଲ୍ଲାପାଳ ପାନପୋଷ ବିଜୟ କୁମାର ନାୟକ, ପିଏ ଆଇଟିଡିଏ ବିକ୍ରଣି କିସପୋଟ୍ଟାଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

