ନବରଙ୍ଗପୁର, ନରସିଂବାଘ. (ଉତ୍କଳ ସମାଚାର) ତା . ୨୦/୦୪: ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଆଜି ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଓ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ (ଜିଲ୍ଲା ପରିଷଦ) ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ସହ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।ଶିବିରରେ ମୋଟ ୩୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ଓ ୦୯ଟି ଗ୍ରାମ୍ୟ ଓ ସାମୁହିକ ସମସ୍ୟା ସମ୍ବନ୍ଧୀୟ ଥିଲା। ଏହାରୁ ୩ଟି ଅଭିଯୋଗର ତତ୍କ୍ଷଣାତ ସମାଧାନ କରାଯାଇଥିଲା।ଏହା ସହିତ ଜିଲ୍ଲା ସମାଜ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ୩ଟି ହ୍ୱିଲଚେୟାର ପ୍ରଦାନ କରାଯାଇଥିବା ବେଳେ ୧୨ଜଣଙ୍କୁ ‘ମଧୁବାବୁ ପେନସନ ଯୋଜନା’ ଅନ୍ତର୍ଗତ ସହାୟତା କାର୍ଡ ବଣ୍ଟନ କରାଯାଇଥିଲା।ଶିବିର ମାଧ୍ୟମରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାହାର ସମାଧାନ ପାଇଁ ପ୍ରଶାସନ ପକ୍ଷରୁ ଯଥାପ୍ରୟାସ ନିଆଯାଇଥିବା ଦେଖିବାକୁ ମିଳିଥିଲା
