ରାଉରକେଲା ୪/୫,(ଉତ୍କଳ ସମାଚାର) ଆଜି ରାଉରକେଲା ମହାନଗର ନିଗମ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ମୋଟ ୩୧ଟି ଅଭିଯୋଗର ଶୁଣାଣି କରିଥିଲେ। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ଓ ୪ଟି ସାମୁହିକ ଅଭିଯୋଗ ରହିଥିବା ବେଳେ ୭ଟି ଅଭିଯୋଗ ଶୁଣାଣି ସ୍ଥଳରେ ହିଁ ସମାଧାନ ହୋଇଥିଲା। ଏଥିସହ ଜଣଙ୍କୁ ରେଡକ୍ରସ ପାଣ୍ଠି ଓ ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଅଧିକ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ସହାୟତା ଯୋଗାଇ ଦିଆଯାଇଛି। ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ସୁନ୍ଦରଗଡ ଜିଲ୍ଲାପାଳଙ୍କ ସମେତ ରାଉରକେଲା ମହାନଗର ନିଗମ ଆୟୁକ୍ତ ସୁଶ୍ରୀ ଦୀନାଃ ଦସ୍ତଗୀର୍, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

