ନବରଙ୍ଗପୁର ତା ୧୧.୦୫.୨୦୨୬:(ଉତ୍କଳ ସମାଚାର) ଆଜି ଡ଼ାବୁଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ (ସା ଧାରଣ) ଡ଼ ପ୍ରମୋଦ କୁମାର ପୃଷ୍ଟି ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ ସମୀର କୁମାର ପାତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୨୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ୪ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।

