ସୁନ୍ଦରଗଡ଼:26//5,(ଉତ୍କଳ ସମାଚାର) ହେମଗିର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ାକ୍ତର ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥି ଆଜି ମୋଟ ୭୫ଗୋଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୯ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୬୫ଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ଗୋଟିଏ ଅଭିଯୋଗର ତତକ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

