ରାଉରକେଲା:2//6,(ଉତ୍କଳ ସମାଚାର)ନୂଆଗାଁ ବ୍ଲକ କାର୍ଯ୍ୟାଳୟ ପରିସର ସ୍ଥିତ ପଂଚାୟତ ସମିତି ସଭାକକ୍ଷରେ ଆଜି ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଏବଂ ସୁନ୍ଦରଗଡ ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଏହି ଯୁଗ୍ମ ଜନଅଭିଯୋଗ ଶୁଣାଣିରେ ମୋଟ ୬୦ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା। ସେଥି ମଧ୍ୟରୁ ୧୭ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୧ଟି ସାମୁହିକ ଅଭିଯୋଗ ରହିଥିଲା। ଏଥିମଧ୍ୟରୁ ୨ଟି ଅଭିଯୋଗର ତତକ୍ଷଣାତ୍ ସମାଧାନ କରାଯାଇଥିଲା। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଥିିକ ସହାୟତା ପାଇଁ ଦୁଇ ଜଣ ବ୍ୟକ୍ତି ଆବେଦନ କରିଥିଲେ। ଆଜି ଆସିଥିବା ଅଭିଯୋଗଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା ଆଦି ପ୍ରମୁଖ ରହିଥିଲା। ଏହି ଯୁଗ୍ମ ଜନଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ, ପିଏଆଇଟିଡିଏ ପାନପୋଷ ବିକ୍ରାଣୀ କିସପଟ୍ଟା, ନୂଆଁ ଗାଁ ଗୋଷ୍ଠି ଉନ୍ନୟନ ଅଧିକାରୀ ଜ୍ୟୋତିବିକାଶ ଦାଶଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ l

