ସୁନ୍ଦରଗଡ଼:9//6,(ଉତ୍କଳ ସମାଚାର)ସବଡେଗା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ାକ୍ତର ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଏହି ଜନ ଅଭିଯୋଗ ଶୁଣାଣିରେ ମୋଟ ୬୧ ଗୋଟି ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ୩୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିଲା ବେଳେ ୨୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗଗୁଡ଼ିକ ମଧ୍ୟରୁ ଗୋଟିଏ ଅଭିଯୋଗର ତତକ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଗୋଟିଏ ଆବେଦନ ରହିଥିଲା। ଆଜିର ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ୱିନୀ ବେହେରା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ନୂତନ ସାମଦ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।
