ସୁନ୍ଦରଗଡ଼,21//7,(ଉତ୍କଳ ସମାଚାର) ବଡ଼ଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।ଆଜି ମୋଟ ୬୪ଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୮ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୧ଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୭ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୫ ଗୋଟି ଆବେଦନ ରହିଥିଲା।ଆଜିର ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା , ବ୍ଲକ ଅଧ୍ୟକ୍ଷା ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।ସୁବାଷ

