ନବରଙ୍ଗପୁର, ତା. ୧୦.୦୮.୨୦୨୬ :(ଉତ୍କଳ ସମାଚାର) ଆଜି ଚନ୍ଦାହାଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆଦିତ୍ୟ ସେନଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)ଡ଼ ପ୍ରମୋଦ କୁମାର ପୃଷ୍ଟି , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରବୱାନ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ।ଆଜିର ଶିବିରରେ ମୋଟ ୪୧ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ/ସାମୂହିକ ଅଭିଯୋଗ ଥିଲା।ପ୍ରାପ୍ତ ଅଭିଯୋଗମାନଙ୍କ ମଧ୍ୟରୁ ୧ଟି ଅଭିଯୋଗର ସମାଧାନ ଘଟଣାସ୍ଥଳରେ କରାଯାଇଥିବା ବେଳେ ଅବଶିଷ୍ଟ ୪୦ଟି ଅଭିଯୋଗକୁ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଓ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ନିମନ୍ତେ ସମ୍ପୃକ୍ତ ବି

