ସମ୍ବଲପୁର,17//8,(ଉତ୍କଳ ସମାଚାର),(ସରୋଜ ସାହୁ):ଜିଲ୍ଲା ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଜାତୀୟ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ଯାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଗୌରବମୟ କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଏବଂ ସମ୍ବଲପୁର ମହାନଗର ନିଗମ କମିଶନରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ନିଜ ଅଭିଭାଷଣରେ ମନ୍ତ୍ରୀ ଶ୍ରୀ ପାତ୍ର ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏ, ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ସନ୍ଥକବି ଭୀମ ଭୋଇଙ୍କ ସମେତ ସମ୍ବଲପୁର ମାଟିର ଅଗଣିତ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ୱାଧୀନତା ସଂଗ୍ରାମରେ ଏହି ଅଞ୍ଚଳର ଅବଦାନକୁ ଚିରସ୍ମରଣୀୟ ବୋଲି ବର୍ଣ୍ଣନା କରିଥିଲେ। ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ପାତ୍ର ପ୍ୟାରେଡ ରେ ଅଭିବାଦନ ଗ୍ରହଣ କଲା ପରେ ପ୍ରଜ୍ଞାପନ ମେଢ ପଦର୍ଶନ ,ସାଂସ୍କୃତିକକ କାର୍ଯ୍ୟକ୍ରମ ଆଦିର ଆୟୋଜନ କରଯାଇଥିଲା।। ଏହି ଦିବସ ପାଳନ ଅବସରରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା କରାଯାଇ କୃତି ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରିବା ସହିତ ପ୍ରଜ୍ଞାପନ ମେଢ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିବା ଦଳ ଙ୍କୁ ପୁରସ୍କୃତ କରଯାଇଥିଲା

