ନବରଙ୍ଗପୁର, ତା. ୨୪.୦୮.୨୦୨୬:(ଉତ୍କଳ ସମାଚାର)ଆଜି ରାଇଘର ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଏବଂ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ ଶବରଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ବି ଡି ଓ ରିତୁ ସିଂ,ତହସିଲଦାର ମନ ମୋହନ ସାହୁ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ।ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୩୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୭ଟି ସାମୂହିକ ଅଭିଯୋଗ ରହିଥିଲା।

