ନବରଙ୍ଗପୁର,24//9,(ଉତ୍କଳ ସମାଚାର)ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଡ଼ଘଡ଼ି ହେବାର ପୂର୍ବାନୁମାନ ଦିଆଯାଇଛି। ଏଥିସହ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଲଗାତାର ବର୍ଷା ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷିତ ଯାତାୟାତ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।ଏହି ପରିପ୍ରେକ୍ଷୀରେ ୨୫ ସେପ୍ଟେମ୍ବର ୨୦୨୬ (ଶୁକ୍ରବାର) ଦିନ ନବରଙ୍ଗପୁର ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର, ସରକାରୀ ବିଦ୍ୟାଳୟ, ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ଘରୋଇ ବିଦ୍ୟାଳୟ ବନ୍ଦ ରହିବ କିନ୍ତୁ ସମସ୍ତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଅଙ୍ଗନୱାଡ଼ି କର୍ମୀ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ନିଜ ନିଜ ଅନୁଷ୍ଠାନରେ ସାଧାରଣ ଭାବେ ଉପସ୍ଥିତ ରହିବେ।ବର୍ତ୍ତମାନର ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତଙ୍କୁ ସତର୍କ ରହିବା ଏବଂ ଆବଶ୍ୟକ ସୁରକ୍ଷାମୂଳକ ପଦକ୍ଷେପ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

