ସମ୍ବଲପୁର,୨୭/୦୯(ଉତ୍କଳ ସମାଚାର),(ସରୋଜ ସାହୁ):ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବା ଜାଣି ବିରୋଧୀ ଦଳର ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନକୁ ଯାଇଥିଲେ। ସେଠାରେ ଶ୍ରୀ ଆଚାର୍ଯ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ ରେଢ଼ାଖୋଲର ବରିଷ୍ଠ ବିଜେଡି ନେତା ଅରୁଣ କୁମାର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ। ଉଭୟେ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

